ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:12
ବାଇବେଲ ପଦ · IRV
ଯାକୁବ 1:12
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
ପ୍ରସଙ୍ଗରେ
9ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
10ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
11ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
12ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
13କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
14କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
ଇଂରାଜୀରେ
Blessed is the man who perseveres under trial, because when he has stood the test, he will receive the crown of life that God has promised to those who love Him.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର