ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:17
ବାଇବେଲ ପଦ · IRV
ଯାକୁବ 1:17
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
ପ୍ରସଙ୍ଗରେ
14କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
16ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
18ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
20କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।
ଇଂରାଜୀରେ
Every good and perfect gift is from above, coming down from the Father of the heavenly lights, with whom there is no change or shifting shadow.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇପାରେ ନାହିଁ।ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର