Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:19

ବାଇବେଲ ପଦ · IRV

ଯାକୁବ 1:19

ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯାକୁବ 1

ପ୍ରସଙ୍ଗରେ

16ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।

17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।

18ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।

19ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,

20କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।

21ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର।

22କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।

ଯାକୁବ 1

ଇଂରାଜୀରେ

Berean Standard BibleJames 1:19My beloved brothers, understand this: Everyone should be quick to listen, slow to speak, and slow to anger,

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 17:27ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
ହିତୋ 21:23ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
ହିତୋ 14:29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
ହିତୋ 10:19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
ହିତୋ 18:13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
ଏଫି 4:26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
ହିତୋ 13:3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
ହିତୋ 16:32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର