ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:2–4
ବାଇବେଲ ପଦ · IRV
ଯାକୁବ 1:2–4
2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
ପ୍ରସଙ୍ଗରେ
1ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।
2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
7ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
ଇଂରାଜୀରେ
Consider it pure joy, my brothers, when you encounter trials of many kinds, because you know that the testing of your faith develops perseverance. Allow perseverance to finish its work, so that you may be mature and complete, not lacking anything.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର