ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:27
ବାଇବେଲ ପଦ · IRV
ଯାକୁବ 1:27
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ପ୍ରସଙ୍ଗରେ
24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।
25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
27ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ଇଂରାଜୀରେ
Pure and undefiled religion before our God and Father is this: to care for orphans and widows in their distress, and to keep oneself from being polluted by the world.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ। ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି? ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ; ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ; (ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।) ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ, ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର