ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 1:5
ବାଇବେଲ ପଦ · IRV
ଯାକୁବ 1:5
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
ପ୍ରସଙ୍ଗରେ
2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
7ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
8ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
ଇଂରାଜୀରେ
Now if any of you lacks wisdom, he should ask God, who gives generously to all without finding fault, and it will be given to him.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ। ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ। କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ? ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର