ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 4:17
ବାଇବେଲ ପଦ · IRV
ଯାକୁବ 4:17
ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।
ପ୍ରସଙ୍ଗରେ
14କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
15ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
16କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
17ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।
ଇଂରାଜୀରେ
Anyone, then, who knows the right thing to do, yet fails to do it, is guilty of sin.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ।କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ। କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର