ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 4:7
ବାଇବେଲ ପଦ · IRV
ଯାକୁବ 4:7
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
ପ୍ରସଙ୍ଗରେ
4ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
5ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
8ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
9ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
10ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
ଇଂରାଜୀରେ
Submit yourselves, then, to God. Resist the devil, and he will flee from you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।ଚୋର ଆଉ ଚୋରି ନ କରୁ,ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର