ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯାକୁବ 5:16
ବାଇବେଲ ପଦ · IRV
ଯାକୁବ 5:16
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ପ୍ରସଙ୍ଗରେ
13ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।
14ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
15ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
16ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
17ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
18ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
19ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
ଇଂରାଜୀରେ
Therefore confess your sins to each other and pray for each other so that you may be healed. The prayer of a righteous man has great power to prevail.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର