ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିରିମୀୟ 1:5
ବାଇବେଲ ପଦ · IRV
ଯିରିମୀୟ 1:5
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିରିମୀୟ 1
ପ୍ରସଙ୍ଗରେ
2ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ଵର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
3ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
4ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
5“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
6ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
7ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
ଇଂରାଜୀରେ
“Before I formed you in the womb I knew you, and before you were born I set you apart and appointed you as a prophet to the nations.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇକାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି);ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ। ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ। ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର