ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିରିମୀୟ 29:11
ବାଇବେଲ ପଦ · IRV
ଯିରିମୀୟ 29:11
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିରିମୀୟ 29
ପ୍ରସଙ୍ଗରେ
8ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
9କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।
10ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।
11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
12ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
13ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
14ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ଇଂରାଜୀରେ
For I know the plans I have for you, declares the LORD, plans to prosper you and not to harm you, to give you a future and a hope.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ। କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ। ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ। ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ; ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’ ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର