Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 1:1

ବାଇବେଲ ପଦ · IRV

ଯୋହନ 1:1

ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 1

ପ୍ରସଙ୍ଗରେ

1ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।

2ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।

3ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।

4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।

ଯୋହନ 1

ଇଂରାଜୀରେ

Berean Standard BibleJohn 1:1In the beginning was the Word, and the Word was with God, and the Word was God.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 1:1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
ଯୋହ 17:5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”
ପ୍ରକା 19:13ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
କଲ 1:17ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
ଯୋହ 1:14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
ପ୍ର. ଯୋହ 1:1–2ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ। ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।
ପ୍ରକା 22:13ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର