ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 10:10
ବାଇବେଲ ପଦ · IRV
ଯୋହନ 10:10
ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
ପ୍ରସଙ୍ଗରେ
7ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।
8ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।
9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।
ଇଂରାଜୀରେ
The thief comes only to steal and kill and destroy. I have come that they may have life, and have it in all its fullness.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର