Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 13:34–35

ବାଇବେଲ ପଦ · IRV

ଯୋହନ 13:34–35

34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

35ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 13

ପ୍ରସଙ୍ଗରେ

31ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, “ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ବର ମହିମାନ୍ୱିତ ହେଲେ।

32ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।

33ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।

34ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।

35ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”

36ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”

37ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।

38ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”

ଯୋହନ 13

ଇଂରାଜୀରେ

Berean Standard BibleJohn 13:34–35A new commandment I give you: Love one another. As I have loved you, so you also must love one another. By this everyone will know that you are My disciples, if you love one another.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏଫି 5:2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
ଲେବୀ 19:18ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
ଯୋହ 15:17ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
ପ୍ର. ପିତ 1:22ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
ପ୍ର. ଯୋହ 4:20–21ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
ପ୍ର. ଯୋହ 3:23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
ପ୍ର.କରି 12:26–27ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
ଗାଲା 6:2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର