Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 14:1

ବାଇବେଲ ପଦ · IRV

ଯୋହନ 14:1

“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 14

ପ୍ରସଙ୍ଗରେ

1“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।

2ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;

3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।

4ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”

ଯୋହନ 14

ଇଂରାଜୀରେ

Berean Standard BibleJohn 14:1“Do not let your hearts be troubled. You believe in God; believe in Me as well.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯିଶା 26:3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
ଯୋହ 16:22–23ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ। ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
ଯିଶା 12:2–3ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
ଦ୍ଵି.କରି 12:9–10ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ଯୋହ 14:27–28ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ। ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।
ଯୋହ 6:40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
ଗୀତ 42:5–6ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି। ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
ଯୋହ 12:44ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର