Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 14:15

ବାଇବେଲ ପଦ · IRV

ଯୋହନ 14:15

“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 14

ପ୍ରସଙ୍ଗରେ

12ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।

13ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।

14ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”

15“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।

16ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,

17ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।

18ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।

ଯୋହନ 14

ଇଂରାଜୀରେ

Berean Standard BibleJohn 14:15If you love Me, you will keep My commandments.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ଯୋହ 2:3–5ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ। ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ; କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
ପ୍ର. ଯୋହ 5:2–3ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
ଯୋହ 14:21–24ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।” ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା। ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
ଦ୍ଵି. ଯୋହ 1:6ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।
ଯୋହ 15:10–14ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
ପ୍ର. ଯୋହ 4:19–20ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ। ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
ଦ୍ଵି.କରି 5:14–15କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
ପ୍ର. ପିତ 1:8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର