Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 14:27

ବାଇବେଲ ପଦ · IRV

ଯୋହନ 14:27

ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 14

ପ୍ରସଙ୍ଗରେ

24ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।

25ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।

26କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।

27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।

28ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।

29ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।

30ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;

ଯୋହନ 14

ଇଂରାଜୀରେ

Berean Standard BibleJohn 14:27Peace I leave with you; My peace I give to you. I do not give to you as the world gives. Do not let your hearts be troubled; do not be afraid.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଫିଲି 4:7ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ଯୋହ 16:33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ଯିଶା 41:10ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ଦ୍ଵି.ଥେସ 3:16ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
କଲ 3:15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ଦ୍ଵି.ତୀମ 1:7କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ରୋମୀ 15:13ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ଗଣ 6:26ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର