Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 14:6

ବାଇବେଲ ପଦ · IRV

ଯୋହନ 14:6

ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 14

ପ୍ରସଙ୍ଗରେ

3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।

4ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।”

5ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?

6ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।

7ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”

8ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

9ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?

ଯୋହନ 14

ଇଂରାଜୀରେ

Berean Standard BibleJohn 14:6Jesus answered, “I am the way and the truth and the life. No one comes to the Father except through Me.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ରେରି 4:12ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
ଯୋହ 10:9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
ଏଫି 2:18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
ଯୋହ 11:25–26ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
ଯୋହ 1:4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
ପ୍ର. ଯୋହ 5:20ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।
ଯୋହ 1:14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
ପ୍ର. ଯୋହ 5:11–12ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର