ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 15:13
ବାଇବେଲ ପଦ · IRV
ଯୋହନ 15:13
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ପ୍ରସଙ୍ଗରେ
10ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
11ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
12ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
13ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
14ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।
15ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।
16ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
ଇଂରାଜୀରେ
Greater love has no one than this, that he lay down his life for his friends.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ। ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ। ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର