ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 15:7
ବାଇବେଲ ପଦ · IRV
ଯୋହନ 15:7
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
ପ୍ରସଙ୍ଗରେ
4ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।
6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
8ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।
9ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
10ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
ଇଂରାଜୀରେ
If you remain in Me and My words remain in you, ask whatever you wish, and it will be done for you.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର