ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 16:33
ବାଇବେଲ ପଦ · IRV
ଯୋହନ 16:33
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ପ୍ରସଙ୍ଗରେ
30ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ?
32ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।
33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”
ଇଂରାଜୀରେ
I have told you these things so that in Me you may have peace. In the world you will have tribulation. But take courage; I have overcome the world!”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।“ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର