Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 3:16

ବାଇବେଲ ପଦ · IRV

ଯୋହନ 3:16

କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 3

ପ୍ରସଙ୍ଗରେ

13ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।

14ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,

15ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”

16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।

17ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।

18ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।

19ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।

ଯୋହନ 3

ଇଂରାଜୀରେ

Berean Standard BibleJohn 3:16For God so loved the world that He gave His one and only Son, that everyone who believes in Him shall not perish but have eternal life.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 5:8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ପ୍ର. ଯୋହ 4:9–10ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
ରୋମୀ 8:32ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
ଯୋହ 11:25–26ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
ଯୋହ 6:40କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
ଯୋହ 3:36ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
ପ୍ର. ଯୋହ 4:19ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର