Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 4:24

ବାଇବେଲ ପଦ · IRV

ଯୋହନ 4:24

ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯୋହନ 4

ପ୍ରସଙ୍ଗରେ

21ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।

22ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।

23କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।

24ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”

25ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।

26ଯୀଶୁ ତାହାକୁ କହିଲେ, “ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।”

27ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।

ଯୋହନ 4

ଇଂରାଜୀରେ

Berean Standard BibleJohn 4:24God is Spirit, and His worshipers must worship Him in spirit and in truth.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଦ୍ଵି.କରି 3:17ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
ମାଥି 15:8–9‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’”
ଫିଲି 3:3କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
ଗୀତ 51:17ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ଯିଶା 57:15କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
ପ୍ର.ଶା 16:7ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
ପ୍ର.ତୀମ 1:17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।
ଗୀତ 66:18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର