ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 7:24
ବାଇବେଲ ପଦ · IRV
ଯୋହନ 7:24
ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”
ପ୍ରସଙ୍ଗରେ
21ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।
22ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃ-ପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାର ଦିନରେ ମନୁଷ୍ୟର ସୁନ୍ନତ କରୁଅଛ।
23ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାର ଦିନରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାର ଦିନରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
24ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”
25ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
26ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
27ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର