ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯୋହନ 8:32
ବାଇବେଲ ପଦ · IRV
ଯୋହନ 8:32
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”
ପ୍ରସଙ୍ଗରେ
29ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”
30ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।
31ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
32ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”
33ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?
34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
35ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ।
ଇଂରାଜୀରେ
କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ। ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର