Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଯିହୋଶୂୟ 1:9

ବାଇବେଲ ପଦ · IRV

ଯିହୋଶୂୟ 1:9

ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଯିହୋଶୂୟ 1

ପ୍ରସଙ୍ଗରେ

6ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।

7ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।

8ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।

9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”

10ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,

11“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”

12ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,

ଯିହୋଶୂୟ 1

ଇଂରାଜୀରେ

Berean Standard BibleJoshua 1:9Have I not commanded you to be strong and courageous? Do not be afraid; do not be discouraged, for the LORD your God is with you wherever you go.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 28:15ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
ଯିରି 1:7–8ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ। ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
ଗୀତ 27:1–2ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
ଦ୍ବି.ବି 20:1ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
ଗୀତ 46:7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
ଦ୍ବି.ବି 31:7–8ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ। ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।”
ଯିଶା 43:1ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର