Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲେବୀୟ ପୁସ୍ତକ 19:31

ବାଇବେଲ ପଦ · IRV

ଲେବୀୟ ପୁସ୍ତକ 19:31

ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଲେବୀୟ ପୁସ୍ତକ 19

ପ୍ରସଙ୍ଗରେ

28ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।

29ତୁମ୍ଭେ ଆପଣା କନ୍ୟାକୁ ବେଶ୍ୟା କରି ଅପବିତ୍ର କର ନାହିଁ; କଲେ, ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ଦୁଷ୍ଟତାରେ ପରିପୂର୍ଣ୍ଣ ହେବ।

30ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

31ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।

32ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

33ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।

34ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

ଲେବୀୟ ପୁସ୍ତକ 19

ଇଂରାଜୀରେ

Berean Standard BibleLeviticus 19:31You must not turn to mediums or spiritists; do not seek them out, or you will be defiled by them. I am the LORD your God.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯିଶା 8:19ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
ଲେବୀ 20:27ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର