ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲେବୀୟ ପୁସ୍ତକ 20:6
ବାଇବେଲ ପଦ · IRV
ଲେବୀୟ ପୁସ୍ତକ 20:6
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଲେବୀୟ ପୁସ୍ତକ 20
ପ୍ରସଙ୍ଗରେ
3ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
4ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
5ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
ଇଂରାଜୀରେ
Whoever turns to mediums or spiritists to prostitute himself with them, I will also set My face against that person and cut him off from his people.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର