Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲୂକ 10:38–42

ବାଇବେଲ ପଦ · IRV

ଲୂକ 10:38–42

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।

39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।

40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।

41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଲୂକ 10

ପ୍ରସଙ୍ଗରେ

35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’”

36“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?”

37ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।

39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।

40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।

41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”

ଲୂକ 10

ଇଂରାଜୀରେ

Berean Standard BibleLuke 10:38–42As they traveled along, Jesus entered a village where a woman named Martha welcomed Him into her home. She had a sister named Mary, who sat at the Lord’s feet listening to His message. But Martha was distracted by all the preparations to be made. She came to Jesus and said, “Lord, do You not care that my sister has left me to serve alone? Tell her to help me!” “Martha, Martha,” the Lord replied, “you are worried and upset about many things. But only one thing is necessary. Mary has chosen the good portion, and it will not be taken away from her.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଗୀତ 27:4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
ଗୀତ 16:5–6ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
ଯୋହ 10:27–28ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
ଫିଲି 4:6କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
ଯୋହ 4:14କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”
ଗୀତ 73:25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
ଯୋହ 5:24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
ମାର୍କ 4:19ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର