Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲୂକ 12:15

ବାଇବେଲ ପଦ · IRV

ଲୂକ 12:15

ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଲୂକ 12

ପ୍ରସଙ୍ଗରେ

12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”

13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।

14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”

15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”

16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।

17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।

18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,

ଲୂକ 12

ଇଂରାଜୀରେ

Berean Standard BibleLuke 12:15And He said to them, “Watch out! Guard yourselves against every form of greed, for one’s life does not consist in the abundance of his possessions.”

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏବ୍ରୀ 13:5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
ପ୍ର.ତୀମ 6:6–10ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
ଗୀତ 119:36–37ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ। ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
ହିତୋ 15:16ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
ହିତୋ 16:16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
ମାଥି 6:25–26ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
ଲୂକ 16:14ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
ଦ୍ଵି.ତୀମ 3:2କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର