ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲୂକ 12:33–34
ବାଇବେଲ ପଦ · IRV
ଲୂକ 12:33–34
33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
ପ୍ରସଙ୍ଗରେ
30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
32“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।
37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
ଇଂରାଜୀରେ
Sell your possessions and give to the poor. Provide yourselves with purses that will not wear out, an inexhaustible treasure in heaven, where no thief approaches and no moth destroys. For where your treasure is, there your heart will be also.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ। କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, ଆଉ ପ୍ରତ୍ୟେକ ଜଣକୁ ତାହାର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା।ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର