Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲୂକ 14:28

ବାଇବେଲ ପଦ · IRV

ଲୂକ 14:28

କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ଲୂକ 14

ପ୍ରସଙ୍ଗରେ

25ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,

26“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।

27ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।

28କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?

29କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,

30ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।

31କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?

ଲୂକ 14

ଇଂରାଜୀରେ

Berean Standard BibleLuke 14:28Which of you, wishing to build a tower, does not first sit down and count the cost to see if he has the resources to complete it?

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ହିତୋ 24:27ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
ମାଥି 10:22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
ଯିହୋ 24:19–24ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ। ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।” ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।” ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।” ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।” ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
ଲୂକ 14:33ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର