ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ଲୂକ 6:38
ବାଇବେଲ ପଦ · IRV
ଲୂକ 6:38
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
ପ୍ରସଙ୍ଗରେ
35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
36ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
ଇଂରାଜୀରେ
Give, and it will be given to you. A good measure, pressed down, shaken together, and running over will be poured into your lap. For with the measure you use, it will be measured back to you.”କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର। ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର