ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାର୍କ 11:24
ବାଇବେଲ ପଦ · IRV
ମାର୍କ 11:24
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାର୍କ 11
ପ୍ରସଙ୍ଗରେ
21ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।
22ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ।
23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ।
24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
26[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
27ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,
ଇଂରାଜୀରେ
Therefore I tell you, whatever you ask for in prayer, believe that you have received it, and it will be yours.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ। କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ। କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ? ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର