ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାର୍କ 16:15
ବାଇବେଲ ପଦ · IRV
ମାର୍କ 16:15
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାର୍କ 16
ପ୍ରସଙ୍ଗରେ
12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।
15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
ଇଂରାଜୀରେ
And He said to them, “Go into all the world and preach the gospel to every creature.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର