Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 11:28

ବାଇବେଲ ପଦ · IRV

ମାଥିଉ 11:28

ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 11

ପ୍ରସଙ୍ଗରେ

25ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;

26ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।

28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;

30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ମାଥିଉ 11

ଇଂରାଜୀରେ

Berean Standard BibleMatthew 11:28Come to Me, all you who are weary and burdened, and I will give you rest.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଯୋହ 7:37ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
ଯୋହ 6:37ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
ଗାଲା 5:1ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।
ଯିଶା 55:1–3“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ। ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ। କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
ପ୍ରକା 22:17ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।
ଯିରି 6:16ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
ଯିଶା 48:17–18ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ। ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର