ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 12:36
ବାଇବେଲ ପଦ · IRV
ମାଥିଉ 12:36
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 12
ପ୍ରସଙ୍ଗରେ
33“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
34ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
37ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
38ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
39କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
ଇଂରାଜୀରେ
But I tell you that men will give an account on the day of judgment for every careless word they have spoken.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର