Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 18:15–17

ବାଇବେଲ ପଦ · IRV

ମାଥିଉ 18:15–17

15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।

16କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।

17ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 18

ପ୍ରସଙ୍ଗରେ

12ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?

13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।

14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।

15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।

16କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।

17ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।

18ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ।

19ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।

20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”

ମାଥିଉ 18

ଇଂରାଜୀରେ

Berean Standard BibleMatthew 18:15–17If your brother sins against you, go and confront him privately. If he listens to you, you have won your brother over. But if he will not listen, take one or two others along, so that ‘every matter may be established by the testimony of two or three witnesses.’ If he refuses to listen to them, tell it to the church. And if he refuses to listen even to the church, regard him as you would a pagan or a tax collector.

ପୁରାତନ ନିୟମରୁ ଉଦ୍ଧୃତି

ଦ୍ବି.ବି 19:15ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଲେବୀ 19:17ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
ଗାଲା 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
ଲୂକ 17:3–4ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।”
ଦ୍ଵି.ଥେସ 3:15ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ।
କଲ 3:13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ଯାକୁ 5:19–20ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ, ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।
ଦ୍ଵି.କରି 13:1ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର