ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 18:6
ବାଇବେଲ ପଦ · IRV
ମାଥିଉ 18:6
କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 18
ପ୍ରସଙ୍ଗରେ
3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
6କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
7ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
8ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
9ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
ଇଂରାଜୀରେ
But if anyone causes one of these little ones who believe in Me to stumble, it would be better for him to have a large millstone hung around his neck and to be drowned in the depths of the sea.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା।ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।କାରଣ ପ୍ରଭୁ ଯୀଶୁ ଯେତେବେଳେ ଆପଣା ଶକ୍ତିମାନ ଦୂତମାନଙ୍କ ସହିତ ଜଳୁଥିବା ଅଗ୍ନି ସହ ସ୍ୱର୍ଗରୁ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ; ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ, ଅର୍ଥାତ୍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ। ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ। କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।”କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ। କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି। ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର