Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 19:4–6

ବାଇବେଲ ପଦ · IRV

ମାଥିଉ 19:4–6

4ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”

5ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”

6“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 19

ପ୍ରସଙ୍ଗରେ

1ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।

2ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ।

3ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?

4ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”

5ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”

6“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”

7ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ?

8ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”

9“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”

ମାଥିଉ 19

ଇଂରାଜୀରେ

Berean Standard BibleMatthew 19:4–6Jesus answered, “Have you not read that from the beginning the Creator ‘made them male and female,’ and said, ‘For this reason a man will leave his father and mother and be united to his wife, and the two will become one flesh’? So they are no longer two, but one flesh. Therefore what God has joined together, let man not separate.”

ପୁରାତନ ନିୟମରୁ ଉଦ୍ଧୃତି

ଆଦି 1:27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ଆଦି 2:24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଆଦି 2:21–24ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ଆଦି 2:23ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
ପ୍ର.କରି 7:4ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
ପ୍ର.କରି 7:2କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
ଆଦି 5:2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
ଏବ୍ରୀ 13:4ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
ମାର୍କ 10:9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।”

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର