ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 28:19
ବାଇବେଲ ପଦ · IRV
ମାଥିଉ 28:19
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 28
ପ୍ରସଙ୍ଗରେ
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।
17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ଇଂରାଜୀରେ
Therefore go and make disciples of all nations, baptizing them in the name of the Father, and of the Son, and of the Holy Spirit,କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ। ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ? ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର