ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 5:16
ବାଇବେଲ ପଦ · IRV
ମାଥିଉ 5:16
ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
ପ୍ରସଙ୍ଗରେ
13ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।
18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ଇଂରାଜୀରେ
In the same way, let your light shine before men, that they may see your good deeds and glorify your Father in heaven.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ। କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି। କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ। ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର