Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 5:22

ବାଇବେଲ ପଦ · IRV

ମାଥିଉ 5:22

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 5

ପ୍ରସଙ୍ଗରେ

19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।

20କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।

21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’

22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।

23ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,

24ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।

25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।

ମାଥିଉ 5

ଇଂରାଜୀରେ

Berean Standard BibleMatthew 5:22But I tell you that anyone who is angry with his brother will be subject to judgment. Again, anyone who says to his brother, ‘Raca,’ will be subject to the Sanhedrin. But anyone who says, ‘You fool!’ will be subject to the fire of hell.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ଯୋହ 3:14–15ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ। ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।
ପ୍ର. ଯୋହ 4:20–21ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
ପ୍ର. ଯୋହ 2:9ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
ଏଫି 4:26–27କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। ଚୋର ଆଉ ଚୋରି ନ କରୁ,
ଏଫି 4:31–32ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଯାକୁ 3:6ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
ତୀତ 3:2କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।
ମାଥି 10:28ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର