Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 5:28

ବାଇବେଲ ପଦ · IRV

ମାଥିଉ 5:28

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 5

ପ୍ରସଙ୍ଗରେ

25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।

26ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।

27ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’

28କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।

29ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।

30ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।

31ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’

ମାଥିଉ 5

ଇଂରାଜୀରେ

Berean Standard BibleMatthew 5:28But I tell you that anyone who looks at a woman to lust after her has already committed adultery with her in his heart.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ପ୍ର. ଯୋହ 2:16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
ଯାକୁ 1:14–15କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
ହିତୋ 6:25ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
ଯାତ୍ରା 20:17ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
ଦ୍ଵି.ଶା 11:2ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
ଆୟୁବ 31:1ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର