ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 5:37
ବାଇବେଲ ପଦ · IRV
ମାଥିଉ 5:37
କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
ପ୍ରସଙ୍ଗରେ
34କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;
35କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
36ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
37କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।
38ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
39କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।
40ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
ଇଂରାଜୀରେ
Simply let your ‘Yes’ be ‘Yes,’ and your ‘No,’ ‘No.’ Anything more comes from the evil one.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ? କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ। କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି। ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର