Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 5:44

ବାଇବେଲ ପଦ · IRV

ମାଥିଉ 5:44

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 5

ପ୍ରସଙ୍ଗରେ

41ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।

42ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।

43ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’

44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।

46ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?

47ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?

ମାଥିଉ 5

ଇଂରାଜୀରେ

Berean Standard BibleMatthew 5:44But I tell you, love your enemies and pray for those who persecute you,

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ରୋମୀ 12:14ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
ପ୍ର. ପିତ 3:9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ଲୂକ 6:27–28କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
ରୋମୀ 12:20–21“ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।” କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
ହିତୋ 25:21–22ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ; ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।
ଲୂକ 23:34ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
ପ୍ର. ପିତ 2:23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
ପ୍ରେରି 7:60ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର