Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 6:1–4

ବାଇବେଲ ପଦ · IRV

ମାଥିଉ 6:1–4

1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।

2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,

4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 6

ପ୍ରସଙ୍ଗରେ

1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।

2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,

4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

7ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।

ମାଥିଉ 6

ଇଂରାଜୀରେ

Berean Standard BibleMatthew 6:1–4“Be careful not to perform your righteous acts before men to be seen by them. If you do, you will have no reward from your Father in heaven. So when you give to the needy, do not sound a trumpet before you, as the hypocrites do in the synagogues and on the streets, to be honored by men. Truly I tell you, they already have their full reward. But when you give to the needy, do not let your left hand know what your right hand is doing, so that your giving may be in secret. And your Father, who sees what is done in secret, will reward you.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ମାଥି 23:5ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
ଯୋହ 12:43କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।
ଏବ୍ରୀ 6:10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
ମାଥି 23:28–30ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।” “ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
ଲୂକ 16:15ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
ମାଥି 6:18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
ଗାଲା 6:12ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର