Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 6:14–15

ବାଇବେଲ ପଦ · IRV

ମାଥିଉ 6:14–15

14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;

15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 6

ପ୍ରସଙ୍ଗରେ

11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।

12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।

13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’

14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;

15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।

16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,

18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

ମାଥିଉ 6

ଇଂରାଜୀରେ

Berean Standard BibleMatthew 6:14–15For if you forgive men their trespasses, your heavenly Father will also forgive you. But if you do not forgive men their trespasses, neither will your Father forgive yours.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

ଏଫି 4:32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ମାର୍କ 11:25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
କଲ 3:13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ମାଥି 7:2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
ମାଥି 18:35ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”
ଯାକୁ 2:13କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
ହିତୋ 21:13ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର