Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 6:19–21

ବାଇବେଲ ପଦ · IRV

ମାଥିଉ 6:19–21

19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;

20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।

ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ମାଥିଉ 6

ପ୍ରସଙ୍ଗରେ

16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।

17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,

18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;

20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,

21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।

22ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।

23କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!

24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।

ମାଥିଉ 6

ଇଂରାଜୀରେ

Berean Standard BibleMatthew 6:19–21Do not store up for yourselves treasures on earth, where moth and rust destroy, and where thieves break in and steal. But store up for yourselves treasures in heaven, where moth and rust do not destroy, and where thieves do not break in and steal. For where your treasure is, there your heart will be also.

କ୍ରସ୍ ରେଫରେନ୍ସ

ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।

କଲ 3:1–3ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର। ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ। କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
ଏବ୍ରୀ 13:5ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
ଲୂକ 12:34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
ଦ୍ଵି.କରି 4:18ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
ପ୍ର. ଯୋହ 2:15–16ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
ଲୂକ 12:21ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
ହିତୋ 4:23ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
ହିତୋ 23:4–5ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ। ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର