ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ମାଥିଉ 6:24
ବାଇବେଲ ପଦ · IRV
ମାଥିଉ 6:24
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
ପ୍ରସଙ୍ଗରେ
21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
22ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
23କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
25ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
26ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
27ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?
ଇଂରାଜୀରେ
No one can serve two masters: Either he will hate the one and love the other, or he will be devoted to the one and despise the other. You cannot serve both God and money.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର